ଓଡ଼ିଶାଲାଇଭ୍ ବ୍ୟୁରୋ

ତେଲେଙ୍ଗାନାର କୋଥଗୁଡେମ୍ ଜିଲ୍ଲା ନୀଳାଦ୍ରିପେଟ୍ ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନକାଉଣ୍ଟରରେ ୬ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମାଓବାଦୀଙ୍କ ପାଲଟା ଗୁଳିରେ ୨ ଜଣ ପୋଲିସକର୍ମୀ ମଧ୍ୟ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବାବେଳେ ଏବେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।
ନୀଳାଦ୍ରିପେଟ୍ ଜଙ୍ଗଲରେ ମାଓବାଦୀମାନେ ଲୁଚିଥିବା ନେଇ ସନ୍ଦେହ କରାଯାଉଥିଲା। ଏହାକୁ ନେଇ ତେଲଙ୍ଗାନା ପୋଲିସ ପକ୍ଷରୁ ଉକ୍ତ ଅଞ୍ଚଳରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା।
କୁମ୍ବିଂ ଅପରେସନବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ପରେ ପୋଲିସକର୍ମୀ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ୬ ଜଣ ମାଓବାଦୀ ନିହତ ହୋଇଥିବାବେଳେ ଅନ୍ୟମାନେ ଖସି ପଳାଇଥିଲେ।
ଏହି ଏନକାଉଣ୍ଟରରେ ମାଓବାଦୀଙ୍କ ପାଲଟା ଗୁଳିରେ ୨ ସୁରକ୍ଷାକର୍ମୀ ମଧ୍ୟ ଗୁରୁତର ହୋଇଥିଲେ। ସେମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପୋଲିସ ପକ୍ଷରୁ ନିହତ ହୋଇଥିବା ମାଓବାଦୀଙ୍କ ମୃତଦେହ ଠାବ କରାଯାଇଛି। ଏହାସହ ମାଓ କ୍ୟାମ୍ପରୁ ବିପୁଳ ବିପୁଳ ପରିମାଣରେ ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏବେ ସମଗ୍ର ଅଞ୍ଚଳକୁ ସିଲ କରାଯାଇ ସର୍ଚ୍ଚ ଅପରେସନ ଜାରି ରଖାଯାଇଛି।
Tags: #Police-MaoistEncounter #Maoists #NiladripetForest #Telangana











