ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର। କାର୍ଯ୍ୟକାଳ ସରିବାର ୨ ବର୍ଷ ପୂର୍ବରୁ ଶୁକ୍ରବାର ଦିନ ସେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡି ଟିକେଟରେ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ।

ରାଜ୍ୟସଭା ସାଂସଦ ପଦରୁ ସୁଜିତ କୁମାରଙ୍କ ଇସ୍ତଫା ପରେ ବିଜେଡିକୁ ଝଟକା ଲାଗିଛି। ଏହା ପୂର୍ବରୁ ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ମମତା ମହାନ୍ତ ଇସ୍ତଫା ଦେଇଥିଲେ। କାର୍ଯ୍ୟକାଳ ଶେଷ ହେବାର ୨୧ ମାସ ପୂର୍ବରୁ ମମତା ମହାନ୍ତ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ।

ସୁଜିତ କୁମାର ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ପରେ ପରେ ବିଜେଡି ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୁଜିତ କୁମାରଙ୍କୁ ଦଳରୁ ନିଲମ୍ବିତ କରିଛି ବିଜେଡି।

ସୁଜିତ କୁମାର ବିଜେପିରେ ମିଶିବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

Tags: #Politics #OdishaPolitics #SujitKumar #Rajyasabha #Odisha #BJD

Comment