ଓଡ଼ିଶାଲାଇଭ୍ ବ୍ୟୁରୋ

ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁବନେଶ୍ଵର ଜନତା ମଇଦାନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ।

ବଟନ ଟିପି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଯୋଜନାର ଶୁଭାରମ୍ଭ କରିବା ପରେ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ୫ ହଜାର ଟଙ୍କା ଯାଇଛି। ସୁଭଦ୍ରା ଯୋଜନା ସହ ଅନ୍ୟାନ୍ୟ ପ୍ରକଳ୍ପର ମଧ୍ୟ ଲୋକାର୍ପଣ କରିଛନ୍ତି ନରେନ୍ଦ୍ର ମୋଦୀ।

Tags: #PMNarendraModi #OdishaVisit #SubhadraYojana # #Bhubaneswar #Odisha #SubhadraYojanaLaunches

Comment