ଓଡ଼ିଶାଲାଇଭ୍ ବ୍ୟୁରୋ

ଭୁବନେଶ୍ୱର ଉପକଣ୍ଠ ଭରତପୁର ଥାନାରେ ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଏହି ମାମଲାରେ ଭରତପୁର ଥାନାର ୫ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ପକ୍ଷରୁ ମାମଲାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ସସପେଣ୍ଡ କରାଯାଇଛି। ସେହିପରି ଥାନାର ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସଲିଳମୟୀ ସାହୁ, ସାଗରିକା ରଥ ଏବଂ କନଷ୍ଟେବଳ ବଳରାମ ହାଁସଦାଙ୍କୁ ନିଲମ୍ବିତ କରାଯାଇଛି। 

ଅନ୍ୟପଟେ ଏହି ମାମଲାକୁ ରାଜ୍ୟ ପୂର୍ବତନ ସେନା କର୍ମଚାରୀ ସଂଘ ପକ୍ଷରୁ ସମାଲୋଚନା କରାଯାଇଛି। ସଂଘ ପକ୍ଷରୁ ଘଟଣାର ନ୍ୟାୟିକ ଯାଞ୍ଚ କରାଯାଇ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି।

ସେପ୍ଟେମ୍ବର ୧୪ ତାରିଖ ରାତିରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂହ ଏବଂ ତାଙ୍କ ବାନ୍ଧବୀ କାରରେ ଘରକୁ ଫେରୁଥିଲେ। ଏହି ସମୟରେ କିଛି ଦୁର୍ବୃତ୍ତ ତାଙ୍କ ଗାଡ଼ିକୁ ଅଟକାଇ ଦୁର୍ବ୍ୟବହାର କରିଥିଲେ। ଏହାକୁ ନେଇ ମେଜର ଓ ତାଙ୍କ ବାନ୍ଧବୀ ଅଭିଯୋଗ କରିବାକୁ ଭରତପୁର ଥାନାକୁ ଯାଇଥିଲେ। ତେବେ ସେଠାରେ ପୋଲିସ କଥା ଶୁଣିବା ବଦଳରେ ଉଭୟଙ୍କୁ ଦୁର୍ବ୍ୟବହାର ଓ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

Tags: #ArmyOfficer #Assault #BharatpurPoliceStation #OdishaPolice

LEAVE A REPLY

Please enter your comment!
Please enter your name here