ଓଡ଼ିଶାଲାଇଭ୍ ବ୍ୟୁରୋ

ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ରାସ୍ତାରେ ସେନା ଅଧିକାରୀ ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ୭ ଜଣଙ୍କୁ ଧରିଛି କମିଶନରେଟ ପୋଲିସ। ସିସିଟିଭି ଫୁଟେଜ ଆଧାରରେ ଘଟଣାର ୫ ଦିନ ପରେ ଅଭିଯୁକ୍ତମାନଙ୍କୁ କାବୁ କରାଯାଇଛି। ସମସ୍ତ ଅଭିଯୁକ୍ତଙ୍କୁ ଚନ୍ଦକା ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି।

ସେପ୍ଟେମ୍ବର ୧୪ ତାରିଖ ରାତିରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂହ ଏବଂ ତାଙ୍କ ବାନ୍ଧବୀ କାର ଯୋଗେ ଚନ୍ଦକା ରାସ୍ତା ଦେଇ ଘରକୁ ଫେରୁଥିଲେ। ଏହି ସମୟରେ କିଛି ଦୁର୍ବୃତ୍ତ ତାଙ୍କ ଗାଡ଼ିକୁ ଅଟକାଇ ହଇରାଣ ହରକତ କରିଥିଲେ। ଏହା ସହ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ। ଏହି ଘଟଣା ସମ୍ପର୍କରେ ଅଭିଯୋଗ କରିବାକୁ ସମ୍ପୃକ୍ତ ସେନା ଅଧିକାରୀ ଏବଂ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଯାଇଥିଲେ। ତେବେ ସେଠାରେ ପୋଲିସ ସେମାନଙ୍କ ଅଭିଯୋଗ ରଖିବା ବଦଳରେ ଉଭୟଙ୍କୁ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

ଏହି ଘଟଣାକୁ ନେଇ ଏବେ ବିବାଦ ତେଜିବାରେ ଲାଗିଛି। ରାଜ୍ୟ ପୂର୍ବତନ ସେନା କର୍ମଚାରୀ ସଂଘ ପକ୍ଷରୁ ଘଟଣାକୁ ନିନ୍ଦା କରାଯିବା ସହ ଏହାର ନ୍ୟାୟିକ ଯାଞ୍ଚ କରାଯାଇ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।

ଶୁକ୍ରବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଏହି ଘଟଣାକୁ କଡ଼ା ସାମାଲୋଚନା କରିବା ସହ ଏହାର ବିଚାର ବିଭାଗୀୟ ତଦନ୍ତ ଲାଗି ଦାବି କରିଛନ୍ତି।

ସେନା ଅଧିକାରୀଙ୍କୁ ମାଡ଼ ମାରିବା ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ନିଲମ୍ବିତ କରାଯାଇଛି। ଏହା ସହ ଥାନାର ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସଲିଳମୟୀ ସାହୁ, ସାଗରିକା ରଥ ଏବଂ କନଷ୍ଟେବଳ ବଳରାମ ହାଁସଦାଙ୍କୁ ମଧ୍ୟ ନିଲମ୍ବିତ କରାଯାଇଛି। 

Tags: #ArmyOfficer #Assault #BharatpurPoliceStation #OdishaPolice

LEAVE A REPLY

Please enter your comment!
Please enter your name here