ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ଓଡ଼ିଶାରେ ସେପ୍ଟେମ୍ବର ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୨୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଲଘୁଚାପ ପ୍ରଭାବରେ ମଙ୍ଗଳବାର ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ କୋହଲା ପାଗ ସହ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ସେପ୍ଟେମ୍ବର ୨୫ରୁ ୨୬ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେପ୍ଟେମ୍ବର ୨୬ରୁ ୨୭ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
Tags: #Weather #WeatherUpdates #Rainfall #RainfallWarning #Odisha #MeteorologicalCentre #Odisha

















