ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଲଗାଣ ବର୍ଷା ଜାରି ରହିଛି। ଟ୍ଵିନସିଟି କଟକ ଓ ଭୁବନେଶ୍ୱରରେ ବୁଧବାର ରାତିରୁ ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ଗୁରୁବାର ପ୍ରବଳ ବର୍ଷା ପାଇଁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଗୁରୁବାର ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର ଓ ଢେଙ୍କାନାଳ ସାମିଲ ରହିଛି। ଏହି ସବୁ ଜିଲ୍ଲାରେ ୨୦ ଯାଏଁ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି କେନ୍ଦ୍ରାପଡ଼ା, ଗଞ୍ଜାମ, ନୟାଗଡ଼, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ଵର ଜିଲ୍ଲାକୁ ଗୁରୁବାର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।

ଅନ୍ୟପଟେ ବୁଧବାର ରାଜ୍ୟରେ ହାରାହାରି ୧୬.୭ ମିଲିମିଟର ବର୍ଷା ହୋଇଛି। ତାଳଚେରରେ ସର୍ବାଧିକ ୧୫୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।  

Tags:  #Weather #Monsoon #LowPressure #Rainfall #MCBBSR #Odisha

LEAVE A REPLY

Please enter your comment!
Please enter your name here