ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ଆଜି ହେଉଛି ଓ୍ଵାର୍ଲ୍ଡ ହାର୍ଟ ଡେ’ ବା ବିଶ୍ଵ ହୃଦୟ ଦିବସ-୨୦୨୪। ହୃଦୟ ପାଇଁ ଗୋଟିଏ ଦିନ। ଏହି ଅବସରରେ ସ୍ଵାସ୍ଥ୍ୟ ସଚେତନତା ଉଦ୍ଦେଶ୍ୟରେ ଓଡ଼ିଶାଲାଇଭ୍, ସ୍ଵାସ୍ଥ୍ୟପ୍ଲସ ଓ ଆଇଏଫ୍ଆଇ ଫାଉଣ୍ଡେସନର ମିଳିତ ଅଭିଯାନ ‘ଆମ ସ୍ଵାସ୍ଥ୍ୟ ଆମ ଜୀବନ’।
ହାର୍ଟକୁ ସୁସ୍ଥ ରଖିବାକୁ ହେଲେ ସୁସ୍ଥ ଜୀବନ ଏବଂ ସୁଷମ ଖାଦ୍ୟର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି ଆସନ୍ତୁ, ଏହି ଭିଡିଓ ମାଧ୍ୟମରେ ଡାଏଟିସିଆନ୍ ସ୍ଵାତୀ ମହାପାତ୍ରଙ୍କ ଠାରୁ ଜାଣିବା ସୁସ୍ଥ ହୃଦୟ ପାଇଁ ଖାଦ୍ୟପେୟ କେମିତି ହେବା ଜରୁରୀ।
ହାର୍ଟ ଆଟାକ୍ କାହିଁକି ହୁଏ, ହାର୍ଟ ଆଟାକ୍କୁ ଚିହ୍ନିବେ କିପରି ଏବଂ କାହାକୁ ହାର୍ଟ ଆଟାକ୍ ହେବାର ଆଶଙ୍କା ଅଧିକ ରହିଛି – ଏ ସବୁ ବିଷୟକୁ ନେଇ ଡାକ୍ତରଙ୍କ ପରାମର୍ଶ ଥିବା ଭିଡିଓ ପୋଷ୍ଟ କରାଯିବ। ‘ଓଡ଼ିଶାଲାଇଭ୍’ ନ୍ୟୁଜ ପୋର୍ଟାଲ ସହିତ ଏହାର ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ (ଫେସବୁକ, ଟୁଇଟର)ରେ ଏହି ଭିଡିଓଗୁଡ଼ିକ ପ୍ରସାରିତ ହେବ। ଡେଲିହଣ୍ଟ ଏବଂ ଜିଓ ନ୍ୟୁଜ ପ୍ଲାଟଫର୍ମର ଓଡ଼ିଶାଲାଇଭ୍ ପେଜରେ ମଧ୍ୟ ଏହି ବିଷୟ ଉପଲବ୍ଧ ରହିବ।
Tags: #WorldHeartDay #HeartDisease #HeartAttack #Treatment #Awareness