ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ରାଜନେତା ଓ ବିଶିଷ୍ଟ ବ୍ୟକ୍ତି ଗାନ୍ଧୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ରାଷ୍ଟ୍ରପତି ଦିଲ୍ଲୀର ରାଜଘାଟସ୍ଥିତ ଗାନ୍ଧୀଜୀଙ୍କ ସମାଧିସ୍ଥଳକୁ ଯାଇ ପୁଷ୍ପ ଅର୍ପଣ କରିଥିଲେ।

ସେହିପରି ବୁଧବାର ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ମଧ୍ୟ ଜନ୍ମ ଜୟନ୍ତୀ। ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ଦେଶର ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ପ୍ରମୁଖ ଭୂମିକା ବହନ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ। ସେ ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରଠାରେ ଜନ୍ମଗ୍ରହଣ କରିଥିଲେ। ସେହିପରି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଅକ୍ଟୋବର ୨ ତାରିଖ ୧୯୦୪ ମସିହାରେ ଜନ୍ମଗ୍ରହଣ କରିଥିଲେ।

ଆଜି ଜନ୍ମ ଜୟନ୍ତୀ ଅବସରରେ ସାରା ଦେଶବାସୀ ଏହି ଦୁଇ ଯୁଗପୁରୁଷଙ୍କୁ ମନେପକାଇ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛନ୍ତି।

Tags: #MahatmaGandhi #LalBahadurShastri #BirthAnniversary #India

LEAVE A REPLY

Please enter your comment!
Please enter your name here