ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ଶୁକ୍ରବାର ସୁଦ୍ଧା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ଲଘୁଚାପଟି ଅଧିକ ଘନୀଭୂତ ହେବାର ସମ୍ଭାବନା କମ ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।    

ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଏହି ସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଲଘୁଚାପ ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଅନ୍ୟପଟେ ଆସନ୍ତା ସପ୍ତାହରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ଏବଂ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

Tags: #Weather #LowPressure #Rainfall #MCBBSR #Odisha

LEAVE A REPLY

Please enter your comment!
Please enter your name here