ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ଆଣ୍ଡାମାନ ସାଗରରେ ଅକ୍ଟୋବର ୨୦ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅକ୍ଟୋବର ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵରସ୍ଥିତ ଅଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି।

ଏହା ପ୍ରଭାବରେ ଅକ୍ଟୋବର ୨୪ ତାରିଖ ଯାଏଁ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧୯ରୁ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Rainfall #Weather #WeatherUpdates #RainfallWarning #Odisha

LEAVE A REPLY

Please enter your comment!
Please enter your name here