ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରର ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଅତି ଭୀଷଣ ବାତ୍ୟାର ରୂପ ନେଇପାରେ। ଏହା ପ୍ରଭାବରେ ଅକ୍ଟୋବର ୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶନିବାର ବର୍ଷା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଶନିବାର ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ସାମିଲ ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ଏହା ଅକ୍ଟୋବର ୨୨ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ବାତ୍ୟାର ରୂପ ନେଲେ ଏହାର ଦିଗ କ’ଣ ରହିବ ସେ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଗକୁ ସୂଚନା ଦିଆଯିବ।

Tags: #Weather #LowPressure #Cyclone #Rainfall #MCBBSR #Odisha

LEAVE A REPLY

Please enter your comment!
Please enter your name here