ଓଡ଼ିଶାଲାଇଭ୍ ବ୍ୟୁରୋ

ଜଷ୍ଟିସ୍ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ନିଯୁକ୍ତ ହୋଇଛନ୍ତି। ସେ ନଭେମ୍ବର ୧୧ ତାରିଖରେ ଦାୟିତ୍ୱ ଗ୍ରହଣ କରିବେ। ନୂଆ ପ୍ରଧାନ ବିଚାରପତି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ନିଯୁକ୍ତ କରିଛନ୍ତି। ସେ ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ହେବାକୁ ଯାଉଛନ୍ତି।

ଜଷ୍ଟିସ୍ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ସ୍ଥାନ ଗ୍ରହଣ କରିବେ। ଦୁଇ ବର୍ଷର କାର୍ଯ୍ୟକାଳ ପରେ ନଭେମ୍ବର ୧୦ରେ ଅବସର ନେଉଛନ୍ତି ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼। ସେ କିଛି ଦିନ ତଳେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ପଦ ପାଇଁ ଜଷ୍ଟିସ୍ ସଞ୍ଜୀବ ଖାନ୍ନାଙ୍କ ନାଁ ସୁପାରିସ କରିଥିଲେ।

ତେବେ ନୂଆ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ୍ ସଞ୍ଜୀବ ଖାନ୍ନାଙ୍କ କାର୍ଯ୍ୟକାଳ ୬ ମାସ ରହିବ। ସେ ୨୦୨୫ ମେ’ ୧୩ ତାରିଖରେ ଅବସର ଗ୍ରହଣ କରିବେ।

ଜଷ୍ଟିସ୍ ସଞ୍ଜୀବ ଖାନ୍ନା ୧୯୮୩ ମସିହାରେ ଦିଲ୍ଲୀର ତିଶ ହଜାରି କୋର୍ଟରେ ଆଇନଜୀବୀ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ସେ ଦିଲ୍ଲୀ ହାଇକୋର୍ଟରେ ଓକିଲାତି କରିଥିଲେ।

ସେ ୨୦୦୫ ମସିହାରେ ଦିଲ୍ଲୀ ହାଇକୋର୍ଟର ଅତିରିକ୍ତ ଜଜ୍ ହୋଇଥିଲେ। ୨୦୦୬ ମସିହାରେ ତାଙ୍କୁ ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ୨୦୧୯ ମସିହାରେ ସୁପ୍ରିମକୋର୍ଟର ବିଚାରପତି ହୋଇଥିଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା। 

Tags: #JusticeSanjivKhanna #CJI #SupremeCourt #India

LEAVE A REPLY

Please enter your comment!
Please enter your name here