ଓଡ଼ିଶାଲାଇଭ୍ ବ୍ୟୁରୋ

ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଜାରି ହୋଇଛି ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା। ଏହି ଷ୍ଟାର ପ୍ରଚାରକ ତାଲିକାରେ ରହିଛି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁ। ଏହି ତାଲିକା ଜାରି ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାଡ଼ଖଣ୍ଡ ଯାଇଥିଲେ।

ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାର ପ୍ରଥମରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅନ୍ୟମାନଙ୍କ ମଧ୍ୟରେ ଏହି ତାଲିକାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜନାଥ ସିଂ, ଅମିତ ଶାହ, ନୀତିନ ଗଡକରୀ, ଶିବରାଜ ସିଂହ ଚୌହ୍ଵାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନୀ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ, ଚମ୍ପଇ ସୋରେନ, ସୀତା ସାରେନ, ଅର୍ଜୁନ ମୁଣ୍ଡା, ନିତ୍ୟା ନନ୍ଦ ରାଇ ପ୍ରମୁଖ ଅଛନ୍ତି।

ଆସନ୍ତା ନଭେମ୍ବର ୧୩ ଓ ୨୦ ତାରିଖରେ ହେବାକୁ ଯାଉଛି ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ମୋଟ ୮୧ଟି ବିଧାନସଭା ଆସନ ଲାଗି ଦୁଇଟି ପର୍ଯ୍ୟାୟରେ ମତଦାନ ହେବ। ପ୍ରଥମ ପର୍ଯ୍ୟାୟ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ଅକ୍ଟୋବର ୨୫ ତାରିଖ ରହିଥିବାବେଳେ ଦ୍ଵିତୀୟ ପର୍ଯ୍ୟାୟ ପାଇଁ ଅକ୍ଟୋବର ୨୯ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଆସନ୍ତା ନଭେମ୍ବର ୨୦ ତାରିଖରେ ପ୍ରକାଶ ପାଇବ ନିର୍ବାଚନ ଫଳାଫଳ।

Tags: #Politics #JharkhandPolitics #JharkhandElection #GeneralElection #BJP #StarCampaignerList #OdishaCMMohanCharanMajhi

Comment