ଓଡ଼ିଶାଲାଇଭ୍ ବ୍ୟୁରୋ

(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଆଜି, ମଙ୍ଗଳବାରଠାରୁ ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ଏ ନେଇ ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି।

ବାତ୍ୟା ‘ଦାନା’ ଓ ଅତ୍ୟଧିକ ବର୍ଷା ପାଇଁ ଅକ୍ଟୋବର ୨୩ରୁ ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଥିଲା।

ମଙ୍ଗଳବାର ସକାଳେ ଖୋଲାଯାଇଥିଲା ଶିମିଳିପାଳ ଅଭୟାରଣ୍ୟ। ଶିମିଳିପାଳର ଅପରୂପ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ଆସିଥିଲେ ପର୍ଯ୍ୟଟକ। ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପିଠାବଟା ଓ ଯଶିପୁରଠାରେ ପର୍ଯ୍ୟଟକମାନଙ୍କୁ ସ୍ୱାଗତ କରାଯାଇଥିଲା।

ଏହା ପୂର୍ବରୁ ଅକ୍ଟୋବର ୧୦ ତାରିଖରେ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିଥିଲା ଶିମିଳିପାଳ ଅଭୟାରଣ୍ୟ।

ଚଳିତ ଥର ସଫାରୀ ଗାଡ଼ିରେ ବସି ବନ୍ୟଜନ୍ତୁ ତଥା ଶିମିଳିପାଳର ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ପର୍ଯ୍ୟଟକମାନଙ୍କ ଭିଡ଼ ଜମୁଛି। ଲୁଲୁଙ୍ଗଠାରେ ୧୦ଟି ସଫାରୀ ରଖାଯାଇଛି। ସକାଳେ ଏବଂ ଅପରାହ୍ଣରେ ଦୁଇ ଥର ଏହି ସଫାରୀ ଗାଡ଼ିରେ ବସି ପର୍ଯ୍ୟଟକମାନେ ବନ୍ୟଜନ୍ତୁ ଏବଂ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିପାରିବେ ବୋଲି କହିଛନ୍ତି ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଉପନିର୍ଦ୍ଦେଶକ ସମ୍ରାଟ ଗୌଡ଼ା।

Tags: #Similipal #TigerReserve #Nature #Sanctuary #Mayurbhanj #Odisha

LEAVE A REPLY

Please enter your comment!
Please enter your name here