ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣି ଆସିବ ‘ସୁଭଦ୍ରା’ ଯୋଜନା ଗାଇଡଲାଇନ। ରିଜେକ୍ଟ ଲିଷ୍ଟରେ ଥିବା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରିବା ପାଇଁ ସରକାର ନୂଆ ଗାଇଡଲାଇନ ଆଣିବାକୁ ଯାଉଛନ୍ତି। ଏ ନେଇ ଶୁକ୍ରବାର ଦିନ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସୁଭଦ୍ରା’ ଯୋଜନାରେ ଆବେଦନ କରିଥିବା ହିତାଧିକାରୀଙ୍କ ମଧ୍ୟରୁ ୨ ଲକ୍ଷ ୬୭ ହଜାର ଆବେଦନ ରିଜେକ୍ଟ ହୋଇଛି। ଖୁବଶୀଘ୍ର ଏହି ସମସ୍ୟାର ସମାଧାନ କରାଯିବ।
ବର୍ତ୍ତମାନ ସୁଦ୍ଧା ‘ସୁଭଦ୍ରା’ ଯୋଜନାରେ ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ମିଳିସାରିଛି। ଖୁବଶୀଘ୍ର ହିତାଧିକାରୀଙ୍କ ଖାତାକୁ ତୃତୀୟ ପର୍ଯ୍ୟାୟ ଟଙ୍କା ପଠାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
ଗତ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶାରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ହୋଇଥିଲା। ଏହି ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ। ବର୍ଷକୁ ଦୁଇଟି କିସ୍ତିରେ ୫ ହଜାର ଟଙ୍କା ଲେଖାଏଁ ମୋଟ ୧୦ ହଜାର ଟଙ୍କା ପ୍ରଦାନ କରାଯିବ। ୫ ବର୍ଷ ମଧ୍ୟରେ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା।
ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୫ ଲକ୍ଷ ହିଧିକାରୀଙ୍କୁ ଏହି ଯୋଜନା ୫ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା। ଅକ୍ଟୋବର ୯ ତାରିଖରେ ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ପାଇଥିଲେ ‘ସୁଭଦ୍ର’ ହିତାଧିକାରୀ।
Tags: #Odisha #SubhadraYojana #OdishaGovt #SubhadraYojanaMoney #CMMohanCharanMajhi