ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ପୋଲିସରେ ଅନେକ ‘କନଷ୍ଟେବଳ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ବିଭିନ୍ନ ବିଭାଗରେ ଖାଲିଥିବା ୨୦୮୦ଟି କନଷ୍ଟେବଳ ପଦବୀ ପୂରଣ ପାଇଁ ଓଡ଼ିଶା ପୋଲିସ ଚୟନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

ରାଜ୍ୟ ପୋଲିସର ଓଏସଏପି, ଆଇଆରବି, ଏସଆଇଆର ତଥା ସ୍ପେସାଲ ସର୍ଭିସରେ ଏହି ନିଯୁକ୍ତି ହେବେ। ଏହି ପଦବୀ ପାଇଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପରୀକ୍ଷା କରାଯିବ।

ଏଥିପାଇଁ ହେବାକୁ ଥିବା ପରୀକ୍ଷା ପାଇଁ ଏବେ ଅନଲାଇନ ଆବେଦନ ଜାରି ରହିଛି। ଆବେଦନର ଶେଷ ତାରିଖ ନଭେମ୍ବର ୧୫।

ଆପଣମାନେ ଏହି ସବୁ କନଷ୍ଟେବଳ ପଦବୀ ପାଇଁ ଆବେଦନ କରିବାକୁ ଚାହୁଁଥିଲେ, ଜାଣନ୍ତୁ କେମିତି କରିବେ ଆବେଦନ।

ପଦବୀ ସଂଖ୍ୟା

  • କନଷ୍ଟେବଳ – ୨୦୮୦ (ମୋଟ ପଦବୀ)

ଯୋଗ୍ୟତା

  • ସମସ୍ତ ପ୍ରାର୍ଥୀ ଭାରତୀୟ ନାଗରିକ ହୋଇଥିବା ଆବଶ୍ୟକ
  • ପ୍ରାର୍ଥୀମାନଙ୍କ ବୟସ ୧୮ରୁ ୨୩ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ
  • ପ୍ରାର୍ଥୀମାନେ ଅତି କମରେ ମାଟ୍ରିକ ପାସ କରିଥିବା ଆବଶ୍ୟକ

କନଷ୍ଟେବଳ ପଦବୀ ପାଇଁ ଆବେଦନ କରୁଥିବା ପ୍ରାର୍ଥୀମାନଙ୍କ ଶାରୀରିକ ମାନଦଣ୍ଡକୁ ଧାର୍ଯ୍ୟ କରାଯାଇଛି। ଏହାର ଅଧିକ ସୂଚନା ଓଡ଼ିଶା ପୋଲିସର ୱେବସାଇଟରେ ଉପଲବ୍ଧ। ଏହାଛଡ଼ା ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗର ପ୍ରାର୍ଥୀମାନଙ୍କୁ ବୟସ ସୀମାରେ ଛାଡ଼ ମିଳିବ।

ଚୟନ ପ୍ରକ୍ରିୟା 

  • ପ୍ରଥମେ ପ୍ରାର୍ଥୀମାନଙ୍କୁ ଏକ ପ୍ରବେଶିକ ପରୀକ୍ଷା ଦେବାକୁ ହେବ
  • ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ପ୍ରାର୍ଥୀମାନଙ୍କ ମେଡିକାଲ ଭେରିଫିକେସନ କରାଯିବ
  • ଏଥିରେ ଚୟନ ହୋଇଥିବା ପ୍ରାର୍ଥୀମାନଙ୍କର ଶାରୀରିକ ପରୀକ୍ଷା କରାଯିବ
  • ଶେଷରେ ପଦବୀ ପାଇଁ ଚୟନ ପ୍ରାର୍ଥୀମାନଙ୍କ ଅନ୍ତିମ ତାଲିକା ଓଡ଼ିଶା ପୋଲିସ ୱେବସାଇଟରେ ବାହାରିବ

କେମିତି କରିବେ ଆବେଦନ

  • ଓଡ଼ିଶା ପୋଲିସର ୱେବସାଇଟ୍ odishapolice.gov.inକୁ ଯାଆନ୍ତୁ
  • ୱେବସାଇଟ୍ ଭିତରେ ‘କ୍ୟାରିୟର’ ଅପ୍ସନକୁ କ୍ଲିକ କରନ୍ତୁ
  • ଏହାପରେ ସେଠାରେ ନିଜର ରେଜିଷ୍ଟ୍ରେସନ କରନ୍ତୁ
  • ରେଜିଷ୍ଟ୍ରେସନ ପରେ ‘ଲଗ ଇନ’ କରି ପଦବୀ ପାଇଁ ଫର୍ମ ପୂରଣ କରନ୍ତୁ
  • ଫର୍ମ ପୂରଣ ସମୟରେ ନିଜର ପାଖ ଅଞ୍ଚଳରେ ଥିବା ପରୀକ୍ଷା କେନ୍ଦ୍ରକୁ ବାଛନ୍ତୁ
  • ଶେଷରେ ପୂରଣ କରିଥିବା ଫର୍ମର ଏକ ପ୍ରିଣ୍ଟ ଆଉଟ ରଖନ୍ତୁ

ଏହି ‘କନଷ୍ଟେବଳ’ ପଦବୀ ପରୀକ୍ଷା ପାଇଁ ଆବେଦନ ଶୁଳ୍କ ଛାଡ଼ କରାଯାଇଛି। ଏଥିଲାଗି କେବେ ପରୀକ୍ଷା କରାଯିବ ସେ ନେଇ ଏସଏସସି ପକ୍ଷରୁ ଆଗକୁ ସୂଚନ ଦିଆଯିବ। ଏହି ପଦବୀ ଓ ପରୀକ୍ଷା ସମ୍ବନ୍ଧୀୟ ଅଧିକ ସୂଚନା ଏସଏସସିର ୱେବସାଇଟରେ ଉପଲବ୍ଧ।

Tags: #Constable #OdishaPolice #Employment #Odisha

LEAVE A REPLY

Please enter your comment!
Please enter your name here