ଓଡ଼ିଶାଲାଇଭ୍ ବ୍ୟୁରୋ

ଲୋକସେବା ଭବନଠାରେ ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୮ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।

କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ ଏଣିକି ସରକାରୀ ଚାକିରି ନିଯୁକ୍ତି ପରୀକ୍ଷା କ୍ଷେତ୍ରରେ ଅନିୟମିତତା ହେଲେ ଦୋଷୀ ବିରୋଧରେ କାଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିପାଇଁ ଓଡ଼ିଶା ସାର୍ବଜନୀନ ପରୀକ୍ଷା ଆଇନ-୨୦୨୪କୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ କରାଯାଇଛି।

ଏହି ଆଇନ ଅନୁସାରେ ଦୋଷୀଙ୍କୁ ୩ରୁ ୫ ବର୍ଷ ଜେଲଦଣ୍ଡ ସହ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜୋରିମାନା ଦେବାକୁ ପଡ଼ିବ। କେବେଳ ସେତିକି ନୁହେଁ ପରୀକ୍ଷା ପରୁଥିବା ସର୍ଭିସ ପ୍ରୋଭାଇଡରଙ୍କୁ ମଧ୍ୟ ୧ କୋଟି ଟଙ୍କାର ଜୋରିମାନା ଦେବାକୁ ପଡ଼ିବ। ଏହି ନିୟମ ଓପିଏସସି, ଓଏସଏସସି, ଓଏସଏସଏସସି ଆଦି ପରୀକ୍ଷା ପାଇଁ ଲାଗୁ ହେବ।

ରାଜ୍ୟରେ ସରକାରୀ ଚାକିରି ନିଯୁକ୍ତି ପରୀକ୍ଷାରେ ଅନିୟମିତତାକୁ ନେଇ ବାରମ୍ବାର ବିବାଦ ଦେଖାଦେବା ପରେ ରାଜ୍ୟ ସରକାର ଏ ଦିଗରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।

ଏହା ସହ ‘ଗୋମାତା’ ଯୋଜନାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ପ୍ରାଣୀମାନଙ୍କ ପାଇଁ ଟିକା ଉତ୍ପାଦନ ଓ ଭ୍ରାମ୍ୟମାଣ ଚିକିତ୍ସା ସୁବିଧା ପ୍ରଦାନ କରାଯିବ। ଆଗାମୀ ୩ ବର୍ଷ ମଧ୍ୟରେ ଏଥିପାଇଁ ୩୪୨ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରହିଛି।

Tags: #OdishaCabinet #CabinetMeeting #OdishaCM #MohanCharanMajhi

Comment