ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ନୂଆ ବର୍ଷରୁ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ରାସନକାର୍ଡ ଇ-କେଓ୍ଵାଇସି ଯାଞ୍ଚ ପ୍ରକିୟା ନଭେମ୍ବର ମାସରେ ଶେଷ ହେବ। ଇ-କେଓ୍ଵାଇସି ଯାଞ୍ଚ ପ୍ରକ୍ରିୟା ଶେଷ ହେବା ପରେ ଆସନ୍ତା ୨୦୨୫ ମସିହା ଜାନୁଆରି ମାସରେ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ। ଏ ନେଇ ବୁଧବାର ଦିନ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ମନ୍ତ୍ରୀ କହିଛନ୍ତି ଜାତୀୟୁ ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଯୋଗ୍ୟ ହିତାଧିକାରୀଙ୍କୁ ଆସନ୍ତା ଜାନୁଆରି ମାସରେ ରାସନ କାର୍ଡ ବଣ୍ଟନ କରାଯିବ। ବର୍ତ୍ତମାନ ସୁଦ୍ଧା ୧୬ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଥିବା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।

Tags: #RationCard #NewRationCard #Odisha #FoodSecurity

Comment