ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜିଠାରୁ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ। ଅଧିବେଶନର ପ୍ରଥମ ଦିନରେ ଓଡ଼ିଶାର ଦିବଙ୍ଗତ ବିଧାୟକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବ ଆଗତ କରିଥିଲେ। ସୋମବାର ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ ରାଜ୍ୟ ସରକାର।

ଶୀତକାଳୀନ ଅଧିବେଶନ ସୋମବାର ଦିନ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲେ। ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ବାଚସ୍ପତି ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଭିନ୍ନ ପ୍ରସ୍ତାବ ଆଗତ କରିବେ। ସେହିପରି ବିଭିନ୍ନ ପ୍ରସଙ୍ଗରେ ବିରୋଧୀମାନେ ସରକାରଙ୍କୁ ଘେରିବାର ସମ୍ଭାବନା ରହିଛି।

ଚଳିତବର୍ଷ ବିଧାନସଭାର ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ। ଏଥିରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିବ।

Tags: #OdishaAssembly #WinterSession #Odisha

LEAVE A REPLY

Please enter your comment!
Please enter your name here