ଓଡ଼ିଶାଲାଇଭ୍ ବ୍ୟୁରୋ

ଭୁବନେଶ୍ୱରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ। ଲୋକସେବା ଭବନରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ ଓ ସବୁ ରାଜ୍ୟର ଡିଜିପି ଓ ଆଇଜିପି ଏହି ସମ୍ମିଳନୀରେ ଯୋଗ ଦେଇଛନ୍ତି।

ଡିଜିପି ସମ୍ମିଳନୀରେ ଶୁକ୍ରବାର ରାତି ୮ଟା ପର୍ଯ୍ୟନ୍ତ ବୈଠକ ଚାଲିବ। ଭାରତର ସୁରକ୍ଷା ବ୍ୟବସ୍ଥା ଉପରେ ଏହି ସମ୍ମିଳନୀରେ ଚର୍ଚ୍ଚା ଓ ଆଲୋଚନା ହେବ। ୩ ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗକୁ ଗରୁତ୍ଵ ଦିଆଯିବ।

ଅମିତ ଶାହ ଡିଜିପି ସମ୍ମିଳନୀ ପାଇଁ ଶୁକ୍ରବାର ମଧ୍ୟାହ୍ନରେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଥିଲେ। ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ଅନ୍ୟ ବରିଷ୍ଠ ନେତାମାନେ ସ୍ଵାଗତ କରିଥିଲେ।

ଏହି ସମ୍ମିଳନୀରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ, ହାଇଦ୍ରାବାଦ ସ୍ଥିତ ନ୍ୟାସନାଲ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅମିତ ଗର୍ଗ ପ୍ରମୁଖ ଯୋଗ ଦେଇଛନ୍ତି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ମିଳନୀକୁ ସମ୍ବୋଧିତ କରିବେ।

Tags: #DGPConference #AmitShah #InternalSecurity #Police #Bhubaneswar

Comment