ଓଡ଼ିଶାଲାଇଭ୍ ବ୍ୟୁରୋ

ଭୁବନେଶ୍ଵରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତାଙ୍କୁ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଭବ୍ୟ ସ୍ଵାଗତ କରାଯାଇଛି। ସେ ଡିଜିପି ସମ୍ମିଳନୀରେ ଯୋଗଦେବା ଲାଗି ଓଡ଼ିଶା ଆସିଛନ୍ତି। ଏହାସହ ସେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ କର୍ମକର୍ତ୍ତାଙ୍କ ସହ ବୈଠକ କରିବେ। 

ପ୍ରଧାନମନ୍ତ୍ରୀ ଶୁକ୍ରବାର ଅପରାହ୍ଣ ୪ଟା ୩୦ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ତାଙ୍କୁ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଵାଗତ କରିଥିଲେ। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ଭୁବନେଶ୍ୱର ସାଂସଦ ଅପରାଜିତ ଷଡ଼ଙ୍ଗୀ ପ୍ରମୁଖ ଯୋଗ ଦେଇଥିଲେ।

ପ୍ରଧାନମନ୍ତ୍ରୀ ପ୍ରଥମେ ବିମାନବନ୍ଦର ନିକଟରେ ଏକ ସାଧାରଣ ସଭାକୁ ସମ୍ବୋଧନ କରିବେ। ଏହାପରେ ବିମାନବନ୍ଦରରୁ ଶୋଭାଯାତ୍ରାରେ ରାଜଭବନକୁ ଯିବେ। ସେଠାରୁ ସେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଆସି କର୍ମକର୍ତ୍ତାଙ୍କ ସହ ବୈଠକ କରିବେ। ବୈଠକରେ ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ତଥା ବରିଷ୍ଠ ପଦାଧିକାରୀମାନେ ଯୋଗଦେବେ।

ନଭେମ୍ବର ୩୦ ଓ ଡିସେମ୍ବର ୧ ତାରିଖରେ ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ରବିବାର ସେ ନିଜ ୩ ଦିନିଆ ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରିଯିବେ।

Tags: #NarendraModi #PMOIndia #OdishaVisit #DGPConference #Bhubaneswar

LEAVE A REPLY

Please enter your comment!
Please enter your name here