ଓଡ଼ିଶାଲାଇଭ୍ ବ୍ୟୁରୋ

ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର। ଆସନ୍ତାକାଲି, ରବିବାରଠାରୁ ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି।

ପୂର୍ବରୁ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟାହ୍ନ ଭୋଜନ ପାଇଁ ୫ ଟଙ୍କା ୯୦ ପଇସା ଖର୍ଚ୍ଚ କରାଯାଉଥିଲା। ଏବେ ଏହା ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସେହିପରି ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ମଧ୍ୟ ବୃଦ୍ଧି କରାଯାଇଛି।

ପୂର୍ବରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟାହ୍ନ ଭୋଜନ ପାଇଁ ୮ ଟଙ୍କା ୮୨ ପଇସା ଖର୍ଚ୍ଚ କରାଯାଉଥିଲା। ଏବେ ଏହା ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି।

ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି ନେଇ ଶନିବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି କରାଯାଇଛି। ବର୍ଦ୍ଧିତ ଖର୍ଚ୍ଚ ଡିସେମ୍ବର ପହିଲାରୁ ଲାଗୁ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।

Tags: #MiddayMeal #OdishaGovt #School #Students #Odisha

LEAVE A REPLY

Please enter your comment!
Please enter your name here