ଓଡ଼ିଶାଲାଇଭ୍ ବ୍ୟୁରୋ
ବାତ୍ୟା ‘ଫେଙ୍ଗାଲ’ ପ୍ରଭାବରେ ଏବେ ଓଡ଼ିଶାର ଶୀତ କମ ରହିଛି। ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହେବାସହ ରାତି ତାପମାତ୍ରା ବଢ଼ିଥିବା ଦେଖିବାକୁ ମିଳିଛି। ତେବେ ଶୁକ୍ରବାରଠାରୁ ରାଜ୍ୟରେ ପୁଣି ଶୀତ ବଢ଼ିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟରେ ଆଗାମୀ ୩ ଦିନରେ ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ କମିବାର ସମ୍ଭାବନା ରହିଛି। ଦୁଇ ଦିନ ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବା ନେଇ ଆକଳନ କରାଯାଇଛି।
ଗୁରୁବାର ସକାଳେ ନୟାଗଡ଼ରେ ୧୨.୬ ଡିଗ୍ରୀ ସହ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ବୌଦ୍ଧ ଓ ଜି ଉଦୟଗିରିରେ ୧୫.୨ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୧୬ ଡିଗ୍ରୀ ଓ ଫୁଲବାଣୀରେ ୧୬.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
Tags: #Coldwave #Winter #Weather #MCBBSR #Odisha