ଓଡ଼ିଶାଲାଇଭ୍ ବ୍ୟୁରୋ

ଛତିଶଗଡ଼ର ବିଜାପୁର ଜିଲ୍ଲାର ଜଙ୍ଗଲରେ ଶୁକ୍ରବାର ପୁଣି ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବନ୍ଧୁକ ଓ ଅନେକ ମାତ୍ରରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବାବେଳେ ଏବେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି। ଏନେଇ ବିଜାପୁର ଜିଲ୍ଲାର ଏସପି ଜିତେନ୍ଦ୍ର କୁମାର ଯାଦବ ସୂଚନା ଦେଇଛନ୍ତି।

ବିଜାପୁର ଜିଲ୍ଲାର ନେନ୍ଦ୍ରା ଓ ପୁନ୍ନୁର ଜଙ୍ଗଲରେ ମାଓବାଦୀମାନେ ଥିବା ନେଇ ପୋଲିସକୁ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ଏହାକୁ ଆଧାର କରି ଛତିଶଗଡ଼ ପୋଲିସର ଡିଆରଜି ବାହିନୀ ପକ୍ଷରୁ ଉକ୍ତ ଅଞ୍ଚଳରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା।

ଶୁକ୍ରବାର ସକାଳେ କୁମ୍ବିଂ ଅପରେସନବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ‌ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ପରେ ଯବାନମାନେ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ୨ ଜଣ ମାଓବାଦୀ ନିହତ ହୋଇଥିବାବେଳେ ଅନ୍ୟମାନେ ଖସି ପଳାଇଥିଲେ।

ପୋଲିସ ପକ୍ଷରୁ ନିହତ ହୋଇଥିବା ମାଓବାଦୀଙ୍କ ମୃତଦେହ ଠାବ କରାଯାଇଥିଲା। ଏହାସହ ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏବେ ଅନ୍ୟ ମାଓବାଦୀଙ୍କୁ ଠାବ କରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।  

ଅନ୍ୟପଟେ ଗୁରୁବାର ଛତିଶଗଡ଼ର ନାରାୟଣପୁର ଜିଲ୍ଲା ଆବୁଝମାଡ଼ ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ୭ ଜଣ ନିହତ ହୋଇଥିଲେ।

Tags: #Police-MaoistEncounter #Maoists #Bijapur #Chhattisgarh

LEAVE A REPLY

Please enter your comment!
Please enter your name here