ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଏବେ ଶୀତ ସାମାନ୍ୟ କମିଛି। ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ କୁହୁଡ଼ି ହେଉଥିବା ଦେଖିବାକୁ ମିଳିଛି। ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ୨ ଦିନ ପରେ ପୁଣି ଶୀତ ବଢ଼ିବା ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ମଙ୍ଗଳବାର ରାତିରୁ ପରାଦ ଉପରମୁହାଁ ହୋଇଛି। ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ୍ ବଢିଛି।
ସେହିପରି ସକ୍ରିୟ ଲଘୁଚାପ ପ୍ରଭାବରେ ଗୁରୁବାର ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାତି ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି।
ତେବେ ଆଉ ୨ ଦିନ ପରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ପୁଣି ତାପମାତ୍ରା କମିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।
Tags: #Coldwave #Winter #Weather #MCBBSR #Odisha