ଓଡ଼ିଶାଲାଇଭ୍ ବ୍ୟୁରୋ

  • ବଙ୍ଗୋପସାଗରରେ ଦୁର୍ବଳ ହେଉଛି ଲଘୁଚାପ
  • ରାଜ୍ୟରେ ବର୍ଷା କମି ପୁଣି ଶୀତ ବଢ଼ିବାର ସମ୍ଭାବନା
  • ଗୁରୁବାର ଘନ କୁହୁଡ଼ି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଏବେ ଦୁର୍ବଳ ହେବାରେ ଲାଗିଛି। ଏହା ପ୍ରଭାବରେ ଓଡ଼ିଶାରେ ଗୁରୁବାରଠାରୁ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି। ଏହାସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘନ କୁହୁଡ଼ି ସହ ଶୀତର ପ୍ରକୋପ ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି। ଘନ କୁହୁଡ଼ି ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପଶ୍ଚିମ ଦିଗକୁ ଗତିକରି ଦୁର୍ବଳ ହେବାରେ ଲାଗିଛି। ତେବେ ଗୁରୁବାର ଉପକୂଳ ଓଡ଼ିଶାରେ ବର୍ଷା ବନ୍ଦ ହୋଇଥିଲେ ମଧ୍ୟ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଏବେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏନେଇ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲା ସାମିଲ ରହିଛି।

ଅନ୍ୟପଟେ ଗୁରୁବାରଠାରୁ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମି ଶୀତର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି।      

Tags: #Weather #LowPressure #Rainfall #Winter #MCBBSR #Odisha

Comment