ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆଇଏଏସ ସ୍ତରରେ ହୋଇଛି ବଡ଼ ଧରଣର ଅଦଳ ବଦଳ। ବଦଳିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆ। ୫ ମାସ ତଳେ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିଲେ।
ଆଇଏଏସ ଅରିନ୍ଦମ ଡାକୁଆଙ୍କ ବଦଳି ପରେ କାହାକୁ ଏହି ଦାୟିତ୍ୱ ମିଳିବ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।
ଅରିନ୍ଦମ ଡାକୁଆଙ୍କୁ ପୌର ପ୍ରଶାସନ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏହା ସହ ସେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱରେ ରହିବେ।
ରାଜ୍ୟପାଳଙ୍କ ମୁଖ୍ୟ ସଚିବ ଥିବା ଏନବିଏସ୍ ରାଜପୁତଙ୍କୁ ସାଧାରଣ ଉଦ୍ୟୋଗ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଆଇଏଏସ ଟି ଆଓଙ୍କୁ ଯୋଜନା ଓ ସଂଯୋଜନ ବିଭାଗ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ସେ ସାଧାରଣ ଉଦ୍ୟୋଗ ବିଭାଗର କମିଶନର ତଥା ସଚିବ ଥିଲେ।
ଇପିକଲ ଓ ଇଡକୋର ପରିଚାଳନା ନିର୍ଦ୍ଦେଶକ ଥିବା ଭୂପେନ୍ଦ୍ର ସିଂ ପୁନିଆଁଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
ଏଥିସହ ବର୍ତ୍ତମାନ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଥିବା ପ୍ରେମଚନ୍ଦ୍ର ଚୌଧାରୀଙ୍କୁ ବୟନ ଶିଳ୍ପ ଓ ହସ୍ତତନ୍ତ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର।
Tags: #IASReshuffle #Odisha #IASOfficer #DistrictCollector #OdishaGovt