ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ଏଥିରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ସେ ଜାନୁଆରି ୮ ତାରିଖରେ ଭୁବନେଶ୍ଵର ଆସିବେ।
ପ୍ରଧାନମନ୍ତ୍ରୀ ଜାନୁଆରି ୮ ତାରିଖ ରାତିରେ ଏକ ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ରାଜଭବନ ଯିବେ ଏବଂ ସେଠାରେ ରାତ୍ରୀଯାପନ କରିବେ।
ଜାନୁଆରି ୯ ତାରିଖ ସକାଳେ ସେ ରାଜଭବନରୁ ବାହାରି ଜନତା ମଇଦାନରେ ପହଞ୍ଚିବେ। ଏଠାରେ ସେ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ। କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସକାଳ ୧୦ଟାରୁ ସାଢ଼େ ୧୧ଟା ଯାଏଁ ରହିବାର କାର୍ଯ୍ୟକ୍ରମ ରହିଛି।
ଅନ୍ୟପଟେ ଜାନୁଆରି ୧୦ ତାରିଖରେ ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ।
ଏହି ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହ ସମାପନ କରିବା ପାଇଁ କମିସନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। କାର୍ଯ୍ୟକ୍ରମ ସମୟରେ ସମଗ୍ର ଭୁବନେଶ୍ୱର ସହରକୁ ସୁରକ୍ଷା ବଳୟ ମଧ୍ୟରେ ରଖଯିବ।
Tags: #PravasiBhartiyaDivas #PMNarendraModi #OdishaVisit #Bhubaneswar