ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହେଲେ ଓଏଏସ୍ ଆଲୋକ କୁମାର ପ୍ରଧାନ। ଏନେଇ ବୁଧବାର ଦିନ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଓଏଏସ୍ ଆଲୋକ କୁମାର ପ୍ରଧାନ କେନ୍ଦୁଝର ଜିଲ୍ଲାର ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ ଭାବେ କାର୍ଯ୍ୟ କରୁଥିଲେ।
ଓଏଏସ୍ ପଦ୍ମ ଚରଣ ସାହୁଙ୍କୁ କ୍ରୀଡ଼ା ଓ ଯୁବ ସେବା ବିଭାଗର ଉପସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏହା ପୂର୍ବରୁ ସେ ଖୋର୍ଦ୍ଧା ଉପଜିଲ୍ଲାପାଳ ଭାବେ ନିଯୁକ୍ତ ଥିଲେ।
ସେହିପରି ଆନନ୍ଦପୁର ଅତିରିକ୍ତ ଉପଜିଲ୍ଲାପାଳ କିଶୋର କୁମାର ପଣ୍ଡାଙ୍କୁ ଖୋର୍ଦ୍ଧା ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ଏହା ସହ ତାଙ୍କୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଉପପ୍ରଶାସକ (ରାଜସ୍ଵ) ଭାବେ ମଧ୍ୟ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର।
ଏହା ପୂର୍ବରୁ ଗତ ୨୦୨୪ ଜୁନ ମାସରେ ଓଏଏସ୍ ଅଧିକାରୀ ତ୍ରିଲୋଚନ ମହାନ୍ତିଙ୍କୁ ଯୁଗ୍ମ ସଚିବ ଏବଂ ଓଏଏସ୍ ଅଧିକାରୀ ଚିତ୍ରସେନ ରାଉତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଥିଲେ ରାଜ୍ୟ ସରକାର।
Tags: #AlokKumarPradhan #NewAppointment #OdishaCM #CMMohanCharanMajhi #OdishaGovt