ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ କୌଣସି ଏଚଏମପିଭି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ଏଚଏମପିଗିକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ ବୋଲି ପରାମର୍ଶ ଦେଇଛନ୍ତି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର।
ଖୋର୍ଦ୍ଧା ଜିଲ୍ଲା କାଇପଦର ଅଞ୍ଚଳରେ ଜଣେ ଏଚଏମପିଭି ରୋଗୀ ଚିହ୍ନଟ ହେବା ନେଇ ଖବର ଆସିବା ଆସିଥିଲା। ଏହା ପରେ ଏଚଏମପିଭିକୁ ନେଇ ଲୋକଙ୍କ ମଧ୍ୟରେ ଛନକା ପଶିଥିଲା।
ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା ଅନୁସାରେ ରାଜ୍ୟରେ କେହି ଏଚଏମପିଭି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ଯେତିକି ନମୁନା ଏଚଏମପିଭି ପରୀକ୍ଷା ପାଇଁ ଯାଇଛି ସେ ସବୁ ନେଗେଟିଭ ଆସିଛି। ଭୟଭୀତନ ନହୋଇ ସତର୍କ ରହିବା ଲାଗି ସେ ପରାମର୍ଶ ଦେଇଛନ୍ତି।
ଏଚଏମପିଭି ଯୋଗୁଁ ଅଧିକାଂଶ ଶିଶୁ ଓ ବୟସ୍କ ସଂକ୍ରମିତ ହୋଇଥାନ୍ତି ବୋଲି ଡାକ୍ତର ନୀଳକଣ୍ଠ ମିଶ୍ର କହିଛନ୍ତି।
Tags: #HMPV #Odisha #Virus #OdishaPublicHealthDirector #HealthCare

















