ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ପଦ୍ମ ପୁରସ୍କାର ବିଜେତାମାନଙ୍କୁ ଚଳିତ ଜାନୁଆରିରୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପ୍ରଦାନ କରିବେ ରାଜ୍ୟ ସରକାର। ଏ ନେଇ ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ପଦ୍ମଶ୍ରୀ, ପଦ୍ମଭୂଷଣ ଏବଂ ପଦ୍ମ ବିଭୂଷଣ ପୁରସ୍କାର ପାଇଥିବା ବ୍ୟକ୍ତି ବିଶେଷଙ୍କୁ ଏହି ସମ୍ମାନ ରାଶି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ୫୫ ଜଣର ଜୀବିତ ପଦ୍ମ ପୁରସ୍କାର ବିଜେତା ମାସକୁ ୩୦ ହଜାର ଟଙ୍କା ଲେଖାଏଁ ପାଇବେ।
ପୂର୍ବରୁ ଗତ ୨୦୨୪ ନଭେମ୍ବର ୯ ତାରିଖରେ ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟତା ରାଶି ଭାବେ ମାସିକ ୩୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
Tags: #PadmaAward #PadmaAwardee #OdishaGovt #CMMohanCharanMajhi #Honorarium #Odisha


















