ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଏବେ କିଛି ଦିନର ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ରାତି ତାପମାତ୍ରା ସାମାନ୍ୟ କମିଛି। ଆଗକୁ ରାଜ୍ୟରେ ଶୀତ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଏହାସହ ବିଭିନ୍ନ ଜିଲ୍ଲାରେ ସକାଳେ ଘନ କୁହୁଡ଼ି ହେବା ନେଇ ପୂର୍ବାନୁମାନ କରାଯାଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଏବେ ରାଜ୍ୟରେ ଶୁଖିଲା ପାଗ ଜାରି ରହିଥିବାବେଳେ ଆଗାମୀ ୪ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭବନା ନାହିଁ। ଏହାପରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ପୂର୍ବାନୁମାନ କରାଯାଇଛି।

ସେହିପରି ରାଜ୍ୟରେ ଘନ କୁହୁଡ଼ି ହେବା ନେଇ ୪ଟି ଜିଲ୍ଲା କୋରାପୁଟ, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାସହ ରବିବାର ଯାଏଁ ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା, ଜିଲ୍ଲାର କିଛି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।

ଏବେ ପଶ୍ଚିମା ଝଡର ପ୍ରଭାବ କମିବାଥିବାବେଳେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହ ଜାରି ରହିଛି। ବିଶେଷ କରି ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଅଧିକ ଥଣ୍ଡା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Tags: #Weather #Winter #MCBBSR #IMD #Odisha

LEAVE A REPLY

Please enter your comment!
Please enter your name here