ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ଗସ୍ତରେ ଅଛନ୍ତି ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍। ଥର୍ମନଙ୍କ ଗସ୍ତ ଅବସରରେ ଶୁକ୍ରବାର ଦିନ ରାଜ୍ୟ ସରକାର ୮ଟି ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ମଧ୍ୟରେ ଏହି ବୁଝାମଣାପତ୍ର ସ୍ଵାକ୍ଷରିତ ହୋଇଛି।

ଓଡ଼ିଶା ଓ ସିଙ୍ଗାପୁର ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ନିବେଶ ତଥା ଦକ୍ଷତା ବିକାଶ ପାଇଁ ବୁଝାମଣାପତ୍ର ସ୍ଵାକ୍ଷରିତ ହୋଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।

ଏହି ବୁ ବୁଝାମଣାପତ୍ର ସ୍ଵାକ୍ଷରିତ ହେବା ଦ୍ଵାରା ଓଡ଼ିଶାର ଦକ୍ଷତା ଏବଂ ଶିଳ୍ପ ଅଭିବୃଦ୍ଧି କ୍ଷେତ୍ରରେ ନୂଆ ଅଧ୍ୟାୟ ଯୋଡ଼ି ହେବ। ରାଜ୍ୟରେ ପୁଞ୍ଜି ନିବେଶ, ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଲଜିଷ୍ଟିକ୍ସ, ସବୁଜ ଶକ୍ତି ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଅଧିକ ସମ୍ଭାବନା ସୃଷ୍ଟି ହେବ ବୋଲି ଆଶା ରଖିଛନ୍ତି ରାଜ୍ୟ ସରକାର।

Tags: #TharmanShanmugaratnam #PresidentofSingapore #OdishaVisit #MoU #Bhubaneswar

Comment