ଓଡ଼ିଶାଲାଇଭ୍ ବ୍ୟୁରୋ

କୋଲକାତାର ଆରଜି କର ମେଡିକାଲ କଲେଜରେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ରାୟ ଶୁଣାଇଛନ୍ତି ଅଦାଲତ। ଏହି ମାମଲାରେ ଗିରଫ ଅଭିଯୁକ୍ତ ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ ହୋଇଛି। ସିଆଲଦା ସେସନ୍ସ କୋର୍ଟ ଘଟଣାର ପ୍ରାୟ ୫ ମାସ  ପରେ ଏହି ରାୟ ଶୁଣାଇଛନ୍ତି।

ଏହି ମାମଲାରେ ବିଭିନ୍ନ ପକ୍ଷକୁ ବିଚାରକୁ ନେଇ ଅଦାଲତ ସଞ୍ଜୟ ରୟକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜାନୁଆରି ୨୦ ତାରିଖରେ ଦଣ୍ଡାଦେଶ ଶୁଣାଇବେ ଅଦାଲତ।  

କ’ଣ ଥିଲା ଘଟଣାକ୍ରମ?

ଅଗଷ୍ଟ ୯ ତାରିଖରେ କୋଲକାତାର ଆରଜି କର ମେଡିକାଲ କଲେଜରେ ଜଣେ ୩୧ ବର୍ଷୀୟ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା କରାଯାଇଥିଲା। ସେ ସେଠାରେ ଚେଷ୍ଟ ମେଡିସିନ ବିଭାଗର ପିଜି ଦ୍ଵିତୀୟ ବର୍ଷର ଛାତ୍ରୀ ଥିଲେ। ମେଡିକାଲ କଲେଜର ସେମିନାର ହଲରେ ତାଙ୍କର ମୃତ ଦେହ ମିଳିଥିଲା।

ତେବେ ଏହି ଘଟଣାକୁ ପୋଲିସ ପ୍ରଥମେ ଆତ୍ମହତ୍ୟା ମାମଲା ଭାବେ ଗ୍ରହଣ କରିବାର ଅଭିଯୋଗ ହୋଇଥିଲା। ପରେ ବ୍ୟବଚ୍ଛେଦ ରିପୋର୍ଟରୁ ମହିଳା ଜଣଙ୍କ ସହ ପ୍ରଥମେ ଦୁଷ୍କର୍ମ କରାଯିବା ପରେ ତାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ସ୍ପଷ୍ଟ ହୋଇଥିଲା। ଏହାପରେ ପଶ୍ଚିମବଙ୍ଗ ସମେତ ସାରା ଭାରତରେ ଡାକ୍ତରଙ୍କ ଆନ୍ଦୋଳନ ଆରମ୍ଭ ହୋଇଥିଲା।

Tags: #KolkataRapeandMurderCase #TraineeDoctor #MedicalStudent #SanjayRoy #Kolkata

Comment