ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଶୀତର ପ୍ରକୋପ କମି ଥିବାବେଳେ ଏବେ କଲବଲ କରୁଛି କୁହୁଡ଼ି। ଜାନୁଆରି ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡ଼ି ପାଇଁ ରାଜ୍ୟର ୧୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ।

ସେହିପରି ଜାନୁଆରି ୨୫ ତାରିଖରେ ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଘନ କୁହୁଡ଼ି ପାଇଁ ଜାନୁଆରି ୨୬ରୁ ୨୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ କୁହୁଡ଼ି ଆସ୍ତରଣ ଯୋଗୁଁ ୫୦ରୁ ୨୦୦ ମିଟର ପର୍ଯ୍ୟନ୍ତ ଭଲ ଭାବେ ଦେଖାଯିବ ନାହିଁ ବୋଲି ଆକଳନ କରାଯାଇଛି। ଏହି ସମୟରେ ଯାତାୟତ ବେଳେ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Tags: #DenseFog #Winter #WeatherUpdate #MeteorologicalDepartment #Odisha

Comment