ଓଡ଼ିଶାଲାଇଭ୍ ବ୍ୟୁରୋ

କଟକ ଏସସିବି ମେଡିକାଲ କଲେଜରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ଏହାର ନିର୍ମାଣ କରିବେ। ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ଏଠାରେ ଉନ୍ନତ ଚିକିତ୍ସା ମିଳିପାରିବ। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। 

ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ ସୁରକ୍ଷା ଯୋଜନା ଅନ୍ତର୍ଗତ ଏହି ଟ୍ରମା ସେଣ୍ଟର କାର୍ଯ୍ୟକାରୀ କରାଯିବ। ଏଥିପାଇଁ କେନ୍ଦ୍ର ସରକାର ୬୦ ପ୍ରତିଶତ ଏବଂ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥ ବିନିଯୋଗ କରିବେ।

ଏସସିବିରେ ଟ୍ରମା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୪ ଜୁଲାଇ ମାସରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ନିକଟକୁ ପତ୍ର ଲେଖିଥିଲେ। କେନ୍ଦ୍ର ସରକାର ଏହାକୁ ନୀତିଗତ ଅନୁମୋଦନ ଦେବାପରେ ଏବେ ଏହା ରାଜ୍ୟ ସରକାରଙ୍କ ଅନୁମୋଦନ ହାସଲ କରିଛି।

ଆଗକୁ ଏହି ଟ୍ରମା ସେଣ୍ଟର ନିର୍ମାଣ ପାଇଁ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯିବ। ଏହାପରେ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ।

Tags: #SCBMedicalCollege #TraumaCenter #HealthCare #Cuttack #Odisha

Comment