ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ରକ୍ତରେ ଲୌହ ରକ୍ତ କଣିକା, ଶ୍ୱେତ ରକ୍ତକଣିକା ଏବଂ ପ୍ଲେଟ୍‌ଲେଟ୍‌ ରହିଛି। ଶ୍ୱେତ ରକ୍ତ କଣିକା ସାଧାରଣ ସ୍ତରଠାରୁ ଅଧିକ ବୃଦ୍ଧି ପାଇଲେ ଶରୀରରେ ସଂକ୍ରମଣ ହୋଇପାରେ, ପ୍ରଦାହ ହୋଇପାରେ କିମ୍ବା ବ୍ଲଡ୍‌ କ୍ୟାନ୍ସର ହୋଇପାରେ।

ବିଶ୍ଵ କର୍କଟ ଦିବସ ଅବସରରେ ଏହି ରୋଗକୁ ନେଇ ଜନ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆଇଏଫ୍‌ଆଇ ଫାଉଣ୍ଡେସନ, ଓଡ଼ିଶାଲାଇଭ୍ ଏବଂ ସ୍ୱାସ୍ଥ୍ୟପ୍ଲସ୍ ପକ୍ଷରୁ ଏକ ମିଳିତ ଡିଜିଟାଲ ମିଡିଆ କ୍ୟାମ୍ପେନ କରାଯାଇଛି।

କ୍ୟାନ୍ସର କ’ଣ, କାହିଁକି ହୁଏ ଏବଂ କିପରି ଏହାର ଚିକିତ୍ସା କରାଯାଏ – ଏ ସବୁ ବିଷୟକୁ ନେଇ ଡାକ୍ତରଙ୍କ ପରାମର୍ଶ ଥିବା ୧୦ଟି ଭିଡିଓ ପୋଷ୍ଟ କରାଯିବ। ‘ଓଡ଼ିଶାଲାଇଭ୍’ ନ୍ୟୁଜ ପୋର୍ଟାଲ ସହିତ ଏହାର ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ (ଫେସବୁକ, ଟୁଇଟର)ରେ ଏହି ଭିଡିଓଗୁଡ଼ିକ ପ୍ରସାରିତ ହେବ। ଡେଲିହଣ୍ଟ ଏବଂ ଜିଓ ନ୍ୟୁଜ ପ୍ଲାଟଫର୍ମର ଓଡ଼ିଶାଲାଇଭ୍ ପେଜରେ ମଧ୍ୟ ଏହି ବିଷୟ ଉପଲବ୍ଧ ରହିବ।

ତମାଖୁ ସେବନ, ମଦ୍ୟପାନ, ଖାଦ୍ୟ ପଦାର୍ଥରେ ରାସାୟନିକ ଦ୍ରବ୍ୟର ବ୍ୟବହାର ଏବଂ କିଛି ଭୂତାଣୁ ଜନିତ ସଂକ୍ରମଣରୁ କର୍କଟ ରୋଗର ଉତ୍ପତ୍ତି ହୋଇଥାଏ।

କ୍ୟାନ୍ସର ରୋଗ ବିଭିନ୍ନ ପ୍ରକାରର ରହିଛି। ରକ୍ତ କର୍କଟ, ମୁଣ୍ଡ ଓ ଗଳା କର୍କଟ, କୋଲୋରେକ୍ଟାଲ କର୍କଟ, ପ୍ରୋଷ୍ଟେଟ କର୍କଟ, ବୋନ କର୍କଟ, ସ୍ତନ କର୍କଟ, ବ୍ଲାଡର କର୍କଟ, ଗ୍ୟାଷ୍ଟ୍ରୋଇଣ୍ଟେଷ୍ଟିନାଲ କର୍କଟ, ଫୁସଫୁସ କର୍କଟ, ସର୍ଭାଇକାଲ କର୍କଟ, ଆଖି କର୍କଟ, ମୁଖ ଗହ୍ଵର କର୍କଟ, ଓଭାରିଆନ କର୍କଟ, ପାନକ୍ରିଆଟିକ୍ କର୍କଟ ଏବଂ ଜିଭରେ କର୍କଟ ଆଦି ରୋଗରେ ଅଧିକାଂଶ ଲୋକ ପୀଡ଼ିତ ହେବା ସହ ଅନେକ ପ୍ରାଣ ମଧ୍ୟ ହରାଉଛନ୍ତି।

ତେବେ ରକ୍ତ କର୍କଟର କାରଣ କ’ଣ, ରକ୍ତ କର୍କଟକୁ ଚିହ୍ନିବେ କିପରି, ସୁସ୍ଥ ହେବା ପରେ ପୁଣି କ୍ୟାନ୍ସର ହେବାର ଆଶଙ୍କା ରହିଛି କି, ରକ୍ତ କର୍କଟକୁ ରୋକି ହେବକି, ସେ ବିଷୟରେ ବିଶିଷ୍ଟ କର୍କଟ ରୋଗ ବିଶେଷଜ୍ଞ ଡାକ୍ତର ଘନଶ୍ୟାମ ବିଶ୍ୱାସଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।

Tags: #WorldCancerDay #Cancer #UnitedByUnique #FightToCancer #BloodCancer #Cancer #Causes #Treatment #OdiaHealthTips #DoctorAdvice

LEAVE A REPLY

Please enter your comment!
Please enter your name here