ଓଡ଼ିଶାଲାଇଭ୍ ବ୍ୟୁରୋ

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବୁଧବାର ଭୋଟ୍ ଗ୍ରହଣ ଜାରି ରହିଛି। ୭୦ଟି ବିଧାନସଭା ଆସନରେ ଭୋଟରମାନେ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି। ଏଠାରେ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ସକାଳ ୭ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଏହି ସବୁ ଆସନରେ ଭୋଟିଂ ପ୍ରକ୍ରିୟା ଆରମ୍ଭ ହୋଇଛି।

ଦିଲ୍ଲୀରେ ୧ କୋଟି ୫୫ ଲକ୍ଷରୁ ଅଧିକ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୧୩ ହଜାର ୩୩ଟି ଟି ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି।

ଦିଲ୍ଲୀର ୭୦ଟି ଆସନ ମଧ୍ୟରୁ ୫୮ଟି ସାଧାରଣ ବର୍ଗଙ୍କ ପାଇଁ ସଂରକ୍ଷିତ ରହିଥିବା ବେଳେ ୧୨ଟି ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ରହିଛି। ଏହିସବୁ ଆସନରେ ମୋଟ ୬୯୯ଜଣ ପ୍ରାର୍ଥୀ ପ୍ରତିଦ୍ଵନ୍ଦ୍ଵିତା କରୁଛନ୍ତି।

ସେହିପରି ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସବୁ ମତଦାନ କେନ୍ଦ୍ରରେ ପୋଲିସ ଓ ଅର୍ଦ୍ଧସାମରିକ ବାହିନୀର ଯବାନଙ୍କୁ ମୁତୟନ କରାଯାଇଛି। ଏହାସହ ଦିଲ୍ଲୀର ବିଭିନ୍ନ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ଏହି ନିର୍ବାଚନରେ ବିଜେପି ଓ ଆମ ଅଦମୀ ପାର୍ଟି ପରସ୍ପରକୁ ଟକ୍କର ଦେଉଛନ୍ତି। ତେବେ ଅନେକ ଆସନରେ କଂଗ୍ରେସ ତଥା ଅନ୍ୟ ସ୍ଵାଧୀନ ପ୍ରାର୍ଥୀମାନେ କଡ଼ା ପ୍ରତିଦ୍ଵନ୍ଦ୍ଵିତା କରୁଥିବା ଦେଖିବାକୁ ମିଳୁଛି।

ଦିଲ୍ଲୀରେ ଭୋଟ ଗ୍ରହଣ ସରିବା ପରେ ଫେବ୍ରୁଆରି ୮ ତାରିଖରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବ।   

Tags: #DelhiAssemblyElections2024 #Voting #Voters #ECI #Delhi

LEAVE A REPLY

Please enter your comment!
Please enter your name here