ଓଡ଼ିଶାଲାଇଭ୍ ବ୍ୟୁରୋ

ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଏକବିଂଶତମ ଧଉଳି-କଳିଙ୍ଗ ମହୋତ୍ସବ। ଫେବ୍ରୁଆରି ୭ରୁ ୯ ତାରିଖ ଯାଏଁ ଐତିହାସିକ ଧଉଳି ପାହାଡ଼ର ପାଦଦେଶରେ ଏହି ମହୋତ୍ସବ ଅନୁଷ୍ଠିତ ହେବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ଡ୍ୟାନ୍ସ ଏକାଡେମୀ ପକ୍ଷରୁ ଏହାର ଆୟୋଜନ କରାଯାଉଛି।
ଧଉଳି-କଳିଙ୍ଗ ମହୋତ୍ସବରେ ଦେଶ ବିଦେଶର ଖ୍ୟାତି ସମ୍ପନ୍ନ କଳାକାରମାନେ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିବେ। ଏଠାରେ ନୃତ୍ୟଶିଳ୍ପୀମାନେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତ, ଲୋକ ନୃତ୍ୟ ଏବଂ ଦେଶ ବିଦେଶର ସମର କଳା ପ୍ରଦର୍ଶିତ କରି ଶାନ୍ତି ଓ ମୈତ୍ରୀର ବାର୍ତ୍ତା ପ୍ରେରଣ କରିଥାନ୍ତି।
ଦେଶର ଯୁବ ସମାଜ ବିଶେଷ କରି ଛାତ୍ରଛାତ୍ରୀମାନଙ୍କୁ ଭାରତୀୟ ସଂସ୍କୃତିର ମହାନ ଗୌରବୋଜ୍ଜ୍ଵଳ ଐତିହ ଓ ପରମ୍ପରା ବିଷୟରେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ସଚେତନ କରାଇବା ଏହି ଉତ୍ସବର ଆଉ ଏକ ପ୍ରମୁଖ ଲକ୍ଷ୍ୟ।
ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏହି ମହୋତ୍ସବରେ ଓଡ଼ିଶା ଡ୍ୟାନ୍ସ ଏକାଡେମୀ ତରଫରୁ ନୃତ୍ୟ ସଙ୍ଗୀତ କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ବୁଦ୍ଧ ସମ୍ମାନ ଓ ଗୁରୁ ଗଙ୍ଗାଧର ସ୍ମୃତି ସମ୍ମାନ ପ୍ରଦାନ କରାଯିବ।
Tags: #Dhauli-KalingaMahotsav #DanceFestival #ClassicalMusic #Dhauli #Bhubaneswar