ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ଆଉ ୩ ଦିନ ଘନ କୁହୁଡ଼ି ପାଇଁ ଚେତାବନୀ ଜାରି କରିଛି ଭୁବନେଶ୍ଵରସ୍ଥିତ ଅଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବ।

ସେହିପରି ଫେବ୍ରୁଆରି ୭ରୁ ୮ ତାରିଖ ମଧ୍ୟରେ କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ସମୟ ମଧ୍ୟରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ରହିବା ନେଇ ଅନୁମାନ କରାଯାଇଛି।

ଏହାସହ ଫେବ୍ରୁଆରି ୮ରୁ ୯ ତାରିଖ ମଧ୍ୟରେ କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନ ଦୂରତାର ୫୦ରୁ ୨୦୦ ମିଟର ମଧ୍ୟରେ ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Tags: #Weather #WeatherUpdate #FogWarning #Odisha

LEAVE A REPLY

Please enter your comment!
Please enter your name here