ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନର ଦ୍ଵିତୀୟ ଦିନରେ ଚାଲିପାରିନି ଗୃହ କାର୍ଯ୍ୟ। ଆରମ୍ଭରୁ ହିଁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରାଯାଇଛି।
ଶୁକ୍ରବାର ବିଧାନସଭା ଅଧିବେଶନ ଆରମ୍ଭ ହେବା ସମୟରେ ଉଭୟ ବିଜେଡି ଓ କଂଗ୍ରେସ ବିଧାୟକମାନେ ବିଭିନ୍ନ ପ୍ରସଙ୍ଗରେ ହଙ୍ଗାମା କରିଥିଲେ। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଓ ଧାନ କିଣାରେ ଅନିୟମିତତା ଭଳି ପ୍ରସଙ୍ଗକୁ ନେଇ ସେମାନେ ବିରୋଧ ପ୍ରଦର୍ଶନ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମୁଲତବୀ କରିଥିଲେ।
ବିଧାନସଭାର ବଜେଟ୍ ଅଧିବେଶନ ଗୁରୁବାର ଆରମ୍ଭ ହୋଇଥିଲା। ବିଧାନସଭାରେ ପ୍ରଥମେ ରାଜ୍ୟପାଳଙ୍କ ଅଭିଭାଷଣ ହୋଇଥିଲା। ଚଳିତବର୍ଷ ଦୁଇଟି ପର୍ଯ୍ୟାୟରେ ବଜେଟ୍ ଅଧିବେଶନ ହେବ। ଫେବ୍ରୁଆରି ୧୭ ତାରିଖରେ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ।
ଫେବ୍ରୁଆରି୧୩ରୁ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ। ଏହା ପରେ ମାର୍ଚ୍ଚ ୭ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଦ୍ଵିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ କାର୍ଯ୍ୟ ଚାଲିବ।
Tags: #OdishaAssembly #BudgetSession #Politics #Odisha

















