ଓଡ଼ିଶାଲାଇଭ୍ ବ୍ୟୁରୋ

ଭୁବନେଶ୍ଵରସ୍ଥିତ ଭରତପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଅଲିମ୍ପିକ ମୂଲୋବୋଧ ଶିକ୍ଷା କାର୍ଯ୍ୟକ୍ରମ (ଓଭିଇପି) ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ଵର ମହାନଗର ନିଗମ ଡେପୁଟି ମେୟର ମଞ୍ଜୁଲତା କହଁର ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଦେଇ ଦେହୁରୀଙ୍କ ତତ୍ତ୍ଵବଧାନରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଏହି ଅବସରରେ ମୁଖ୍ୟ ଅତିଥି ପୁରସ୍କୃତି କରିଥିଲେ। ଶେଷରେ କ୍ରୀଡ଼ା ଶିକ୍ଷକ ମାନସ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।  

Tags: #OlympicValuesEducationProgramme #OVEP #BharatpurGovtUPSchool #Bhubaneswar #Odisha

Comment