ଓଡ଼ିଶାଲାଇଭ୍ ବ୍ୟୁରୋ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ବିଧାନସଭାରେ ୨୦୨୫-୨୬ ପାଇଁ ଆର୍ଥିକ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ କୃଷି କ୍ଷେତ୍ରକୁ ଗୁରୁତ୍ଵ ଦେଇଛନ୍ତି ରାଜ୍ୟ ସରକାର। ଚଳିତ ବଜେଟରେ କୃଷି କ୍ଷେତ୍ର ପାଇଁ ୩୭,୮୩୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି।

ବଜେଟର ପ୍ରଥମ ଭାଗରେ କୃଷି ବଜେଟ ସମ୍ପର୍କରେ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। କୃଷି ବଜେଟରେ ମୋଟ ୩୭,୮୩୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି, ଯାହା ଗତ ଆର୍ଥିକ ବର୍ଷ ତୁଳନାରେ ପ୍ରାୟ ୧୨ ପ୍ରତିଶତ ଅଧିକ ରହିଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ। ରାଜ୍ୟର ମୋଟ ଜନସଂଖ୍ୟାର ପ୍ରାୟ ୮୦ ପ୍ରତିଶତ ଗ୍ରାମଞ୍ଚଳରେ ରୁହନ୍ତି ଏବଂ ସେମାନଙ୍କ ମଧ୍ୟରୁ ଅଧିକାଂଶ କୃଷି ଉପରେ ନିର୍ଭରଶୀଳ। କୃଷି ଓ କୃଷକ ସଶକ୍ତିକରଣ ନିମନ୍ତେ ମୋଟ ୧୪,୭୦୧ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ସମୃଦ୍ଧି କୃଷକ ଯୋଜନାରେ ଚାଷୀମାନଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ ତୁରଳନାରେ ଅଧିକ ଇନପୁଟ ସହାୟତା ଆକାରରେ ପ୍ରଦାନ କରାଯାଉଛି। ଏହା ଫଳରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କଇଣ୍ଟାଲ ଫିଛା ୩୧ ଶହ ଟଙ୍କାକୁ ବୃଦ୍ଧି କରାଯାଇଛି। ଚଳିତ ଖରିପ ଋତୁରେ ଫେବ୍ରୁଆରି ୧୫ ତାରିଖ ସୁଦ୍ଧା ମୋଟ ୪ ହଜାର ୫ଶହ କୋଟି ଟଙ୍କାରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି।

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ମୋଟ ୬ ହଜାର କୋଟି ଟଙ୍କାକୁ ବୃଦ୍ଧି କରାଯିବାକୁ ଲକ୍ଷ୍ୟ ରହିଛି। ସିଏମ କିଷାନ ଯୋଜନା ପାଇଁ ୨୦୨୫-୨୬ ଆର୍ଥିକ ବର୍ଷରେ ମୋଟ ୨୦୨୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ୧.୮୦ ଲକ୍ଷ ଲୋକ କୃଷକଙ୍କୁ ଆଳୁ ମିଶନରେ ସାମିଲ କରାଯାଇଛି। ଆଳୁ ମିଶନରେ ଚଳିତ ରବି ଋତୁରେ ମୋଟ ୧ ଲକ୍ଷ ୬୦ ହଜାର କୁଇଣ୍ଟାଲ ବିହନ ଯୋଗାଇ ଦିଆଯାଇଛି। ଫସଲ ବିବିଧତା ପାଇଁ ୬୯୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି।

ଶୀତଳଭଣ୍ଡାର ପ୍ରତିଷ୍ଠା କରିବା ଉପରେ ମଧ୍ୟ ଗୁରୁତ୍ଵ ଦେଉଛନ୍ତି ରାଜ୍ୟ ସରକାର। ଏଥିଲାଗି ୨୫୨ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଏହାଦ୍ଵାରା ରାଜ୍ୟର ୫୮ଟି ଉପଖଣ୍ଡରେ ଶୀତଳଭଣ୍ଡାର ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Tags: #Budget2025-26 #OdishaAssembly #Agriculture #CMMohanCharanMajhi #FinanceDept #Odisha

LEAVE A REPLY

Please enter your comment!
Please enter your name here