ଓଡ଼ିଶାଲାଇଭ୍ ବ୍ୟୁରୋ

ବିଜୁଳି ଘଡ଼ଘଡ଼ି ସହ ଓଡ଼ିଶାରେ ବର୍ଷିବ। ଗୁରୁବାରଠାରୁ ଚାରିଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ଵର। ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ କଟକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ।
ଫେବ୍ରୁଆରି ୨୦ରୁ ୨୧ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ରାଜ୍ୟର ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଓ ୧୨ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ।
ୟୋଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା। ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରାଯାଇଛି।
ଫେବ୍ରୁଆରି ୨୧ରୁ ୨୨ ତାରିଖ ମଧ୍ୟରେ କେବଳ ଦୁଇଟି ଜିଲ୍ଲା କେନ୍ଦୁଝର ଓ ମୟୂରଭଞ୍ଜକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଫେବ୍ରୁଆରି ୨୨ରୁ ୨୩ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Tags: #Weather #WeatherUpdate #RainFallWarning #Odisha