ଓଡ଼ିଶାଲାଇଭ୍ ବ୍ୟୁରୋ

ଭାରତର ନୂଆ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ଜ୍ଞାନେଶ କୁମାର। ସେ ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଥିବା ରାଜୀବ କୁମାରଙ୍କ ସ୍ଥାନ ନେଇଛନ୍ତି। ଏବେ ଜ୍ଞାନେଶ କୁମାର ଦେଶର ୨୬ତମ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ଵ ତୁଲାଇବେ।

ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ କାର୍ଯ୍ୟକାଳ ମଙ୍ଗଳବାର ଶେଷ ହୋଇଥିଲା। ତାଙ୍କ ସ୍ଥାନରେ ଜ୍ଞାନେଶ କୁମାରଙ୍କୁ ଏହି ଦାୟିତ୍ଵ ଦିଆଯାଇଛି। ସେ ୨୦୨୯ ଜାନୁଆରି ୨୯ ତାରିଖ ଯାଏଁ ଏହି ପଦ ସମ୍ଭାଳିବେ।  

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଗଠିତ କମିଟି ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଭାବେ ଜ୍ଞାନେଶ କୁମାରଙ୍କ ନାମ ଅନୁମୋଦନ କରିଥିଲେ।

ଜ୍ଞାନେଶ କୁମାର ୧୯୮୮ ବ୍ୟାଚର କେରଳ କ୍ୟାଡରର ଆଇଏଏସ୍ ଅଧିକାରୀ ଥିଲେ। ପ୍ରଥମେ ସେ ଥିରୁଅନନ୍ତପୁରମରେ ଜିଲ୍ଲାପାଳ ଭାବେ ନିଯୁକ୍ତ ହୋଇଥିଲେ। ୨୦୦୭ରୁ ୨୦୧୨ ଯାଏଁ ସେ ପ୍ରତିରକ୍ଷା ମନ୍ତ୍ରାଳୟରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରିଥିଲେ। ଏହାସହ ସେ ସଂସଦୀୟ ବ୍ୟାପାର ମନ୍ତ୍ରାଳୟ, ଗୃହ ମନ୍ତ୍ରାଳୟର ସଚିବ ଭାବେ କାର୍ଯ୍ୟ କରିଛନ୍ତି। ଅବସର ନେବାପରେ ସେ ଏବେ ଭାରତର ନିର୍ବାଚନ କମିଶନର ଭାବେ କାର୍ଯ୍ୟରତ ଥିଲେ।

Tags: #GyaneshKumar #ChiefElectionCommissioner #ECI #India

LEAVE A REPLY

Please enter your comment!
Please enter your name here