ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନର ଷଷ୍ଠ ଦିନରେ ଚାଲିପାରିଲାନି ଗୃହ କାର୍ଯ୍ୟ। ଆରମ୍ଭରୁ ହିଁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏନେଇ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରାଯାଇଛି।
ବୁଧବାର ବିଧାନସଭା ଅଧିବେଶନ ଆରମ୍ଭ ହେବା ସମୟରେ ଉଭୟ ବିଜେଡି ଓ କଂଗ୍ରେସ ବିଧାୟକମାନେ ବିଭିନ୍ନ ପ୍ରସଙ୍ଗରେ ହଙ୍ଗାମା କରିଥିଲେ। କିଟ୍ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗ, ମିଶନ ଶକ୍ତି ମହିଳାଙ୍କୁ ଅବହେଳା ହେଉଥିବା ଭଳି ଅଭିଯୋଗରେ ସେମାନେ ବିରୋଧ ପ୍ରଦର୍ଶନ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମୁଲତବୀ କରିଥିଲେ।
ବିଧାନସଭାର ବଜେଟ୍ ଅଧିବେଶନ ଫେବ୍ରୁଆରି ୧୩ ତାରିଖରେ ଆରମ୍ଭ ହୋଇଥିଲା। ଏହାପରେ ଫେବ୍ରୁଆରି ୧୭ ତାରିଖରେ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହୋଇଥିଲା।
ଫେବ୍ରୁଆରି୧୩ରୁ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ। ଏହା ପରେ ମାର୍ଚ୍ଚ ୭ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଦ୍ଵିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ କାର୍ଯ୍ୟ ଚାଲିବ।
Tags: #OdishaAssembly #BudgetSession #Politics #Odisha