ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଦୁଇଦିନ ଧରି ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ଫେବ୍ରୁଆରି ୨୫ ତାରିଖ ଯାଏଁ ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଫେବ୍ରୁଆରି ୨୨ରୁ ୨୩ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୮ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରପଡ଼ା, ପୁରୀ, ଖୋର୍ଦ୍ଧା, କଟକ ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ।

ଫେବ୍ରୁଆରି ୨୩ରୁ ୨୪ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଫେବ୍ରୁଆରି ୨୪ରୁ ୨୫ ତାରିଖ ମଧ୍ୟରେ ମୟୂରଭଞ୍ଜ ଓ ବାଲେଶ୍ଵର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟ ମଧ୍ୟରେ ସାବଧାନତା ଓ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Tags: #Weather #WeatherUpdate #ThunderstormWithLightning #Odisha #Warning #Rainfall

LEAVE A REPLY

Please enter your comment!
Please enter your name here