ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୨ଟି ଜିଲ୍ଲାକୁ ଆରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିବ।
ସେହିପରି ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ ଓ ଗଜପତି। ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ଅନୁମାନ କରିଛି ପାଣିପାଗ କେନ୍ଦ୍ର।
ଫେବ୍ରୁଆରି ୨୩ରୁ ୨୪ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ରହିବ। ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରାଯାଇଛି।
ସେହିପରି ଫେବ୍ରୁଆରି ୨୪ରୁ ୨୫ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ମୟୂରଭଞ୍ଜ ଓ ବାଲେଶ୍ଵର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
Tags: #Weather #WeatherUpdate #ThunderstormWithLightning #Odisha #arning #Rainfall