ଓଡ଼ିଶାଲାଇଭ୍ ବ୍ୟୁରୋ

ଛତିଶଗଡ଼ର ସୁକମା ଜିଲ୍ଲାର ଜଙ୍ଗଲରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବନ୍ଧୁକ ଓ ଅନେକ ମାତ୍ରରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବାବେଳେ ଏବେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି। ଏନେଇ ସୁକମା ଜିଲ୍ଲାର ଏସପି କିରଣ ଚଭନ ସୂଚନା ଦେଇଛନ୍ତି।

ସୁକମା ଜିଲ୍ଲାର କିସ୍ତାରାମ ଥାନା ଅନ୍ତର୍ଗତ ମାଓବାଦୀମାନେ ଥିବା ନେଇ ପୋଲିସକୁ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ଏହାକୁ ଆଧାର କରି ଛତିଶଗଡ଼ ପୋଲିସର ଡିଆରଜି ବାହିନୀ ଓ ସିଆରପିଏଫ ପକ୍ଷରୁ ଉକ୍ତ ଅଞ୍ଚଳରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା।

ଶନିବାର ସକାଳେ କୁମ୍ବିଂ ଅପରେସନବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ‌ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ପରେ ଯବାନମାନେ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ୨ ଜଣ ମାଓବାଦୀ ନିହତ ହୋଇଥିବାବେଳେ ଅନ୍ୟମାନେ ଖସି ପଳାଇଥିଲେ।

ପୋଲିସ ପକ୍ଷରୁ ନିହତ ହୋଇଥିବା ମାଓବାଦୀଙ୍କ ମୃତଦେହ ଠାବ କରାଯାଇଥିଲା। ଏହାସହ ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏବେ ଅନ୍ୟ ମାଓବାଦୀଙ୍କୁ ଠାବ କରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।  

Tags: #Police-MaoistEncounter #Maoists #Sukma #Chhattisgarh

Comment